୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି
Khabar Odisha:Extreme-levels-of-flood-danger-were-announced-in-at-least-12-places-according-to-the-Met-Office
ଭୁବନେଶ୍ୱର, ଜୁଲାଇ ୧(ଖବର ଓଡିଶା):

ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ରାଜ୍ୟର ଏକାଧିକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ତେବେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । 

ସେହିପରି ରାଜ୍ୟରେ ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଓ ତାର ପାଶ୍ୱର୍ ବର୍ତ୍ତୀ ଅଚଂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

  • Tags:

Subscribe

National International State Sports Entertainment