ଭୁୁବନେଶ୍ୱର: ଫକୀର ମୋହନ କଲେଜରେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଘଟଣାରେ ଏଚଡିଓ ସମୀର ସାହୁ ସସପେଣ୍ଡ ଗିରଫ ହୋଇଥିବା ବେଳେ ପ୍ରିନ୍ସିପାଲ ଦିଲୀପ ଘୋଷ ସସପେଣ୍ଡ ହୋଇଛନ୍ତି । ଘଟଣା ଉପରେ ରାଜ୍ୟ ସରକାର କଡା ନଜର ରଖିଛନ୍ତି । ପୀଡିତାଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ସରକାର ଘୋଷଣା କରିଛନ୍ତି । ଏ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ଏଥିସହ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ସେ ପୀଡିତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
କଲେଜର ଏଚଓଡିଙ୍କ ମାନସିକ ନିର୍ଯାତନା ସହି ନ ପାରି ଶନିବାର ବାଲେଶ୍ବର ଫକୀରମୋହନ କଲେଜରେ ଛାତ୍ରୀ ଜଣକ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ୱର ପରେ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି। ଛାତ୍ରୀଙ୍କ ଶରୀର ପ୍ରାୟ ୯୦ ଭାଗ ଜଳିଯାଇଥିବା ଜଣାପଡ଼ିଛି।
ତଦନ୍ତ ପାଇଁ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଜଣେ ଉଚ୍ଚସ୍ତରୀୟ ମହିଳା ଯୁଗ୍ମ ସଚିବ ଅଧିକାରୀ, ବରିଷ୍ଠ ସିନିୟର୍ ଏକାଡେମୀସିଆନ, ଅନ୍ୟ କଲେଜର ମହିଳା ଅଧ୍ୟକ୍ଷାଙ୍କୁ ନେଇ ଏକ କଲେଜର କମିଟି ଗଠନ କରାଯାଇଛି । କମିଟି ରିପୋର୍ଟ ଆସିବା ପରେ କଠୋରରୁ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଭବିଷ୍ୟତରେ ଆଉ ଏପରି କେହି କରିବାକୁ ସାହାସ କରିବେ ନାହିଁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ।
ଅନ୍ୟପକ୍ଷରେ ପୀଡ଼ିତ ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି । ଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି । ଏମ୍ସର ବର୍ଣ୍ଣ ୟୁନିଟରେ ୧୨ ଜଣିଆ ଡାକ୍ତରୀ ଟିମ୍ ଚିକିତ୍ସାରେ ନିୟୋଜିତ ହୋଇଛନ୍ତି । ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି ।
ଏଚ୍ଓଡି ସମୀର ସାହୁ ଛାତ୍ରୀ ଜଣକଙ୍କୁ ମାନସିକ ନିର୍ୟ୍ୟାତନା ଦେଇ ଆସୁଥିଲେ । ଛାତ୍ରୀ ଜଣକ କଲେଜ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିବା ସତ୍ତ୍ୱେ ତାଙ୍କ କଥା କେହି ଶୁଣିନଥିଲେ । ଅନ୍ୟପଟେ ଛାତ୍ରୀ ଜଣକ ଅଧ୍ୟାପକ ଅସଦାଚରଣ କରୁଥିବା ନେଇ ଥାନାର ମଧ୍ୟ ଦ୍ୱାରସ୍ଥ ହୋଇଥିଲେ । ପୋଲିସ ଛାତ୍ରୀଙ୍କ ବୟାନ ମଧ୍ୟ ରେକର୍ଡ କରିଥିଲା । ଆଜି କଲେଜ ଅଧ୍ୟକ୍ଷ ପୀଡିତା ଛାତ୍ରୀଙ୍କୁ କଥା ହେବା ପାଇଁ ଡାକିଥିଲେ। ପ୍ରିନ୍ସିପାଲଙ୍କ ପ୍ରକୋଷ୍ଠରୁ ବାହାରିବା ପରେ ଛାତ୍ରୀ ଜଣକ ଆତ୍ମାହୁତି ଦେବାକୁ ଉଦ୍ୟମ କରିଥିଲେ ବୋଲି ଜଣାପଡ଼ିଛି ।