ଅକ୍ଟୋବର ପ୍ରଥମ ସପ୍ତାହରେ ଆସିପାରେ ବାତ୍ୟା। ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରେ ବାତ୍ୟା ସୃଷ୍ଟି ହେବାର ଆଶାଙ୍କା ରହିଛି। ପାଣିପାଗ ଆକଳନ ସଂସ୍ଥା ଏନସେପ, ଜିଏଫଏସ୍, ଏନକାନ ଓ ୟୁରୋପିଆନ ମଡେଲ ଅନୁସାରେ, ସେପ୍ଟେମ୍ବର ଶେଷ ଆଡକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ଅକ୍ଟୋବରେ ଆଉ ଏକ ବାତ୍ୟା ଆସିପାରେ ବୋଲି କୁହାଯାଉଛି ।
ସୂଚନା ମୁତାବକ , ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରେ ବାତ୍ୟା ସୃଷ୍ଟି ହେବାର ଆଶାଙ୍କା ରହିଛି। ତେଣୁ ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ହୋଇପାରେ। ଏହା ପାଖାପାଖି ସେପ୍ଟେମ୍ବର ୨୮ ଆଡକୁ ଅବପାତର ରୂପ ନେବା ସହ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ମୁହାଁ ହେବାର ସମ୍ଭାବନା ରହିଛି। ଏନସେପ, ଜିଏଫଏସର ତଥ୍ୟ ଅନୁଯାୟୀ ୨୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରେ ଅବପାତ ସୃଷ୍ଟି ହେବ ଏବଂ ପରବର୍ତ୍ତୀ ୩ରୁ ୪ ଦିନ ମଧ୍ୟରେ ଏହା ଆହୁରୀ ଘନିଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବ। ଏଥିସହ ବାତ୍ୟାଟି ଓଡ଼ିଆ ମୁହାଁ ହେବାର ସମ୍ଭାବନା ରହିଛି। ଏହା ଅଧିକ ଘନିଭୂତ ହୋଇ ଏକ ଅବପାତ କିମ୍ବା ବାତ୍ୟାର ପରିଣତ ହେବାର ଅଳ୍ପ ସମ୍ଭାବନା ରହିଥିବା କୁହଯାଇଛି । ଓଡ଼ିଶା ପାଇଁ ଅକ୍ଟୋବରକୁ ବାତ୍ୟା ଋତୁ ଭାବେ ଗଣାଯାଉଛି। ୧୯୯୯ ମହାବାତ୍ୟା, ୨୦୨୩ ଫାଇଲିନ, ସିତରାଙ୍ଗ ଆଦି ବାତ୍ୟା ଅକ୍ଟୋବାର ମାସରେ ହୋଇଛି ।
ଅଧିକ ପଢନ୍ତୁ ; ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା