କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ମାନପୁର ଗାଁରେ ଏକ ବାଣ ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି।
ବାଣ ଦୋକାନରେ ହଠାତ୍ ନିଆଁ ଲାଗିଯିବା ଫଳରେ ସେଠାରେ ରଖାଯାଇଥିବା ବାଣଗୁଡ଼ିକ ଶକ୍ତିଶାଳୀ ବିସ୍ଫୋରଣ ଘଟାଇଥିଲା । ଯାହା ଫଳରେ ଏହି ଅଘଟଣ ଘଟିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ଏବଂ ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।