ଖବର ଓଡିଶା : 19/03/2023:
ବୀରେନ୍ଦ୍ର ପାଣ୍ଡେ ଯକୃତ ରୋଗରେ ପୀଡ଼ିତ ଥିଲେ। ଗତ ୧୬ ତାରିଖରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର ପ୍ରାୟ ୪ଟା ବେଳେ ବୀରେନ୍ଦ୍ର ପାଣ୍ଡେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ତିନି ଥର ଝାରସୁଗୁଡା ବିଧାନସଭା ଆସନରୁ ବିଧାୟକ ରୂପେ ନିର୍ବାଚିତ ହୋଇଥିଲେ ।