ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀ ଗୁରୁତର। ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ ନିଶ୍ୱାସ ନେବାରେ ଅସୁବିଧା ହେବାରୁ ବର୍ତ୍ତମାନ ଅକ୍ସିଜେନ ସପୋର୍ଟରେ ରହିଛନ୍ତି। ଫୁସଫୁସ ସଂକ୍ରମଣ ଯୋଗୁଁ ତାଙ୍କ ଅବସ୍ଥା ଗୁରୁତର ହୋଇଛି। ତାଙ୍କ ବାସଭବନରେ ଡାକ୍ତର କାଞ୍ଚନ ରାୟ ଓ ଅନ୍ୟ ବିଶେଷଜ୍ଞ ଡାକ୍ତରଙ୍କ ତତ୍ତ୍ୱାବଧାନରେ ରହିଛନ୍ତି।
ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ପଶ୍ଚିମ ଓଡ଼ିଶାର ଜଣେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ। ଜଣେ ଦକ୍ଷ ସ୍ତ୍ରୀ ରୋଗ ବିଶେଷଜ୍ଞ ଭାବେ ବୁର୍ଲା ଭିମସାର (VIMSAR) ଏବଂ ସମ୍ବଲପୁରରେ ସେ ଦଶନ୍ଧି ଦଶନ୍ଧି ଧରି ଲୋକଙ୍କ ସେବା କରିଆସିଛନ୍ତି। ୨୦୧୪ ମସିହାରେ ସେ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ନିକଟରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ରାଜନୀତିରୁ କିଛିଟା ଦୂରରେ ରହି ସାମାଜିକ କାର୍ଯ୍ୟରେ ନିୟୋଜିତ ଥିଲେ। ବର୍ତମାନ ତାଙ୍କ ଅସୁସ୍ଥତା ଖବର ପ୍ରସାରିତ ହେବା ପରେ ସମ୍ବଲପୁର ତଥା ଆଖପାଖ ଅଞ୍ଚଳର ଶୁଭେଚ୍ଛୁ ଏବଂ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଅଧିକ ପଢନ୍ତୁ: ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ; ସମ୍ପର୍କୀୟ ଭାଇ ଦେଲେ ମୁଖାଗ୍ନି