ପୁରୀ:ଆସନ୍ତା ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ଶେଷ ହୋଇଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଶୃଙ୍ଖଳିତ ଦର୍ଶନ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ । ଆଉ ପରୀକ୍ଷାମୂଳକ ନୁହେଁ ଏଣିକି ସିଧାସଳଖ କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି ।
ଶ୍ରୀ ମନ୍ଦିର ରୁ ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ। ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ। ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ୬ ଥାକିଆ ଧାଡି ଦର୍ଶନ ମଧ୍ୟରେ ପ୍ରଥମ ଧାଡି ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ, ଦ୍ୱିତୀୟ ଧାଡିରେ ମହିଳା, ପରେ ଛୋଟପିଲା ଓ ବରିଷ୍ଠ ନାଗରିକ ମାନଙ୍କ ହୋଇଛି କାଷ୍ଠ ନିର୍ମିତ ରାମ୍ପ ଓ ବ୍ୟାରିକେଡ୍ । ତେବେ ସମସ୍ତ ଭକ୍ତମାନେ ସାତପାହାଚ ଦ୍ବାର ଦେଇ ପ୍ରବେଶ କରିବାକୁ ଥିବାବେଳେ ମହିଳା ଓ ବରିଷ୍ଠ ନାଗରିକ ମାନେ ଘଣ୍ଟିଦ୍ବାର ପ୍ରସ୍ଥାନ କରିବେ ଏବଂ ପୁରୁଷ ଭକ୍ତମାନେ ଗାରଦଦ୍ୱାର ଦେଇ ପ୍ରସ୍ଥାନ କରିବେ।