ପୁରୀ : ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ। ସକାଳ ୬ଟାରୁ ୧୦ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ଥିବାରୁ ଶୃଙ୍ଖଳିତ ଦର୍ଶନ ପାଇଁ ନିଷ୍ପତି ନିଆଯାଇଛି। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପ୍ରଶାସନ ପକ୍ଷରୁ ପୋଲିସ ଫୋର୍ସ ମୁତୟନ ରହିବା ସହିତ ବ୍ୟାପକ ବ୍ୟବସ୍ଥା କଡାକଡି କରାଯାଉଛି।
ସୂଚନା ଅନୁସାରେ , ଆଜି ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପିଣ୍ତଦାନ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତି ଶ୍ରୀମନ୍ଦିର ପ୍ରବେଶ କରିବା ଏହା ସହ ଗର୍ଭଗୃହ ଭିତରକୁ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି। ତେବେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପୁରୀ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହାସହିତ ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି।
ଅଧିକ ପଢନ୍ତୁ ; ରାଜଧାନୀରେ କୋହଲା ପାଗ ଅନୁଭୂତ : ପୁଣି ଶୀତ ପୋଷାକ ପିନ୍ଧିଲେ ଲୋକେ