ଭୁବନେଶ୍ୱର: ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରାଯାଇଛି । ସେମାନଙ୍କୁ ମାସିକ ୧୧,୧୦୦ ଦିଆଯାଉଥିଲା କିନ୍ତୁ ବର୍ତ୍ତମାନ ସେମାନଙ୍କର ଦରମା ବୃଦ୍ଧି କରାଯାଇ ୧୬,୦୦୦ ଟଙ୍କା କରାଯାଇଛି। ସେମାନଙ୍କର ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି ।
ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨ ,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭ ,୯୫୦ ଟଙ୍କା ପ୍ରଦାନ କରିବେ । ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୧୬ ,୦୦୦ ରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।