ନୂଆଦିଲ୍ଲୀ : ଓଡ଼ିଶା ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଶନିବାର ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ରାଜ୍ୟପାଳ କେନ୍ଦ୍ର ଗୃହମନ୍ତ୍ରୀଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା କରିଥିଲେ । ଓଡ଼ିଶାର ବିକାଶ ଏବଂ ଏହାର ଲୋକଙ୍କ କଲ୍ୟାଣ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ମତ ବିନିମୟ କରିଥିଲେ।
ଏହା ପୂର୍ବରୁ ରାଜ୍ଯପାଳ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ମଧ୍ୟ ଭେଟିଥିଲେ। ତିନି ଦିନିଆ ନୂଆଦିଲ୍ଲୀ ଗସ୍ତ ସମୟରେ ରାଜ୍ଯପାଳ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଓଡ଼ିଶାର ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ବରିଷ୍ଠ ବ୍ୟକ୍ତିଙ୍କ ସହ ଆଲୋଚନା କରିଛନ୍ତି ।