ସୁନ୍ଦରଗଡ଼ ସଦର ଥାନା ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ । ଏହି ଘଟଣାରେ ତିନି ଜଣ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକ ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରିଥିଲେ । ସୂଚନା ଅନୁସାରେ, ସୁନ୍ଦରଗଡ଼ ସଦର ଥାନା ଖୁଣ୍ଟମୁଣ୍ଡା ଅଞ୍ଚଳରେ କୌଣସି କାରଣରୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ଏହି ସଂଘର୍ଷ ଏତେ ଭୟଙ୍କର ଥିଲା ଯେ, ୩ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରୁ ଅଭୟ ଗହିର ନାମକ ଜଣେ ଯୁବକ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ହେଉଛନ୍ତି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଥିଲା । ଏ ଖବର ପାଇ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ମେଡିକାଲରେ ପହଞ୍ଚି ଗୁରୁତରଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ । ଏହା ସହ ଏହି ଘଟଣା ସମ୍ପର୍କରେ ପୋଲିସଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।