ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରୁ ବାଲି ଉତ୍ତୋଳନକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ଯରେ ଗଣ୍ତଗୋଳ। ପରସ୍ପରକୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଛି । ଏକାଧିକ ଗୁରୁତର ହୋଇଛନ୍ତି ।
ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଗିଲାଜୋଡି ଗ୍ରାମରେ ଘଟିଛି ଅଭାବନୀୟ ଘଟଣା ସମସ୍ତ ଗୁରୁତରଙ୍କୁ ବସ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାପସ ଜେନାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ବର ମୁଖ୍ଯ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇ ଥିବାରୁ ପୋଲିସ ମୂତୟନ ହୋଇଛନ୍ତି।