ଭୁବନେଶ୍ଵର: ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ୫୯୮୯ ନର୍ସିଂ ଅଫିସର ଏବଂ ୨୪୦ ରେଡିଓଗ୍ରାଫର୍ ନିଯୁକ୍ତି ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ମାନ୍ୟବର ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଅନୁମୋଦନ ଦେଇଛନ୍ତି।
ଏହି ଅନୁମୋଦନ ପରେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ସର୍ବଦା ଲୋକଙ୍କୁ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ପ୍ରତିବଦ୍ଧ । ଏହି ନିଯୁକ୍ତି ଦ୍ୱାରା ରୋଗୀ ସେବା ଉନ୍ନତ ହେବା ସହିତ ସ୍ୱାସ୍ଥ୍ୟ ପ୍ରଣାଳୀ ଆହୁରି ସକ୍ଷମ ହେବ। ବିଭାଗ ପକ୍ଷରୁ ଶୀଘ୍ର ନର୍ସିଂ ଅଫିସର ଏବଂ ରେଡିଓଗ୍ରାଫରମାନଙ୍କ ନିଯୁକ୍ତି ନିୟମାବଳୀ ଯେପରି ପରୀକ୍ଷା, ପ୍ରଶିକ୍ଷଣ, ପୋଷ୍ଟିଂ ଗୁଡିକ ଉପରେ ବିଭାଗ ପକ୍ଷରୁ ଖୁବ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ।