ପୁଣି ବର୍ଷାରେ ବେହାଲ ହେବ ରାଜ୍ୟ । ଆସନ୍ତା ୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଶନିବାର ସନ୍ଧ୍ୟାରେ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହେଇଥିଲା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୧୮ ତାରିଖରୁ ଉପକୂଳ ଓଡ଼ିଶା ସହିତ ତାର ଆଖପାଖ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୧୭ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରିହୋଇଛି । ଦୁଇଦିନ ହେବ ରାଜ୍ୟରେ ବର୍ଷା ଲାଗିରହିଥିବା ବେଳେ ଆଜି ବର୍ଷାର ପରିମାଣ କମିବ ବୋଲି ସୂଚନା ମିଳିଛି । ଆସନ୍ତା ୧୮ ତାରିଖରେ ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେଥିପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ତରଫରୁ ସତର୍କ ସୂଚନା ଜାରି କରାଯାଇଛି ।
ଆଗକୁ ପଢ଼ନ୍ତୁ : ବିବାଦ ମଧ୍ଯରେ ଉଦଘାଟିତ ହେଲା ନେତାଜୀ ବସ୍ ଟର୍ମିନାଲ