ଗଣେଶ ପୂଜାରେ ଭିଜିବ ଓଡ଼ିଶା । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାସହିତ ଘଡଘଡି ଓ ବିଜୁଳି ହେବାର ଆଶଙ୍କା କରାଯାଉଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ରେକର୍ଡ଼ କରାଯାଇଛି । ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡଘଡି ସହିତ ପ୍ରବଳ ବର୍ଷା ମଧ୍ୟ ହେବ ବୋଲି ସତର୍କ ସୂଚନା ଜାରିକରାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ରୁ ୨୨ ତାରିଖରେ ପ୍ରବଳ ବର୍ଷା ହୋଇପାରେବୋଲି ସୂଚନା ମିଳିଛି ।
ଆଗକୁ ପଢନ୍ତୁ : ଆସନ୍ତା ୧୮ରୁ ପୁଣି ଭିଜିବ ରାଜ୍ୟ