ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାସହିତ ବିଜୁଳି, ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଚାଷ ଜମିରେ ପାଣି ସୁଅ ପଡିଛି । ଯାହା ଚାଷୀଙ୍କର ଚିନ୍ତାର କାରଣ ପାଲଟିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ରାଜ୍ୟର ଅଧିକାଂଶ ଅଂଚଳକୁ ସତର୍କ ସୂଚନା ଜାରି କରିଛନ୍ତି । ଅଧିକାଂଶ ସ୍ଥାନରେ ଅଳ୍ପ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ବର୍ଷା ପରିମାଣ କମିଲେ ବି କିଛି କିଛି ସ୍ଥାନରେ ବର୍ଷା ଲାଗିରହିପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି ।
ଆଗକୁ ପଢ଼ନ୍ତୁ : ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ପ୍ରବଳ ବର୍ଷା