ଭୁବନେଶ୍ୱର : ସାରା ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ଯର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି ।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଆସନ୍ତାକାଲି ବିଭିନ୍ନ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଚେତାବନୀ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାକୁ କାଲି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ସହ ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।