ଭୁବନେଶ୍ୱର: ରାଜ୍ୟରେ ଭାରି ବର୍ଷା ଲାଗି ରହିଛି । ସେହିପରି ଓଡ଼ିଶାରେ ମଧ୍ୟ ପ୍ରବଳରୁ ଅତି ଅତ୍ୟନ୍ତ ପ୍ରବଳ ବର୍ଷା ରହିଛି । ଯାହାକୁ ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ଆଜିଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଗତକାଲି ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ ଓ ହାଲୁକା ବର୍ଷା ସହ ପ୍ରବଳ ବଜ୍ରପାତ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ବରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୩୦-୪୦ କିମି ରହିବ ।
ସେହିଭଳି ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ରହିବ । ସେହିପରି ହାଲୁକା ବର୍ଷା ସାଙ୍ଗକୁ ବଜ୍ରପାତ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ରହିବ । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତା ୧୮ ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବ । ସେହିପରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡା଼ରେ ହାଲୁକା ବର୍ଷା ସହ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।