ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ଉତ୍ତର ପ୍ରଦେଶରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଥିବା ଟ୍ରଫ୍ ଲାଇନ୍ ଏବେ ଉତ୍ତର ହରିୟାଣାରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଦକ୍ଷିଣ ଉତ୍ତରପ୍ରଦେଶ ଦେଇ ଗତି କରୁଛି । ଯାହାର ପ୍ରଭାବରେ ଓଡ଼ିଶାରେ ଆଜିଠାରୁ ବର୍ଷା ବଢ଼ିବ । କିଛି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି ।
ଆଜି ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି କଟକ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ଦେବଗଡ଼, ବରଗଡ଼, ଯାଜପୁର, ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ । ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୪ ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
୧୫ ତାରିଖ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିଭଳି ୧୬ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ହାଲୁକା ବର୍ଷା ସହ ବଜ୍ରପାତ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି ।