ଭୁବନେଶ୍ୱର: ଗତକାଲିଠୁ ଜାରି ରହିଛି ପ୍ରବଳ ବର୍ଷା । ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳର ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷାର ତାଣ୍ତବ ଦେଖିବାକୁ ମିଳୁଛି । ବିଶେଷ କରି ଉତ୍ତର ଆଭ୍ୟନ୍ତରଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି ।
ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୱାର୍ଣ୍ଣିଂ ହୋଇଥିବା ଜିଲ୍ଲା ଗୁଡିକରେ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।