ଭୁବନେଶ୍ୱର : ଆଜି ରାଜ୍ୟରେ ଜାରି ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ତେଣୁ ଆଗାମୀ ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏପରିକି ଆସନ୍ତାକାଲି ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ତେବେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ତେଣୁ ଆସନ୍ତାକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ।
ତେବେ ଲଘୁଚାପ ସୃଷ୍ଟି ହେଲେ ଏହା କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣବଙ୍ଗୋପସାଗରର ଉପରେ ଏହା ଡିପ୍ରେସନର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଲଘୁଚାପରେ ପରିଣତ ହେବା ପରେ ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ଆକଳନ କରାଯାଇପାରିବ ବୋଲି କୁହାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ତିନିଦିନ ଯାଏ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହିତ ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବୋହିବାର ମଧ୍ୟ ସମ୍ଭାବନା ରହିଛି।