ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ୯ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ଯେ , ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା,ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର କିଛି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାଯୋଗୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨ ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।
ଆଗକୁ ପଢନ୍ତୁ :- ପାରାଦୀପ ସମୁଦ୍ରରେ ଡ଼ଙ୍ଗା ବୁଡ଼ି ୮ ନିଖୋଜ