ଆଜି ଭିଜିବ ଟ୍ୱିନ୍ସିଟି ଓ ଆଖପାଖ ଅଞ୍ଚଳ। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସହ ସର୍ତକତା ଜାରି କଲା ପାଣିପାଗ ବିଭାଗ। ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ପ୍ରବଳ ବର୍ଷିବ: ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ସୂଚନା ଅନୁସାରେ , ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ୧୦ ଜିଲ୍ଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ ଓ ଢେଙ୍କାନାଳ ଆଦିକୁ ୟେଲୋ ୱାର୍ଣ୍ଣିଂ ସହ ସର୍ତକତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର। ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୬ ଦିନରେ ରାଜ୍ୟରେ ଭଲ ବର୍ଷା ରେକର୍ଡ ହୋଇଛି। ୧ରୁ ୭ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ୮୪.୬ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ବର୍ଷା ୭୦.୪ ମିମି ତୁଳନାରେ ୨୦% ଅଧିକ। ଏହି ସମୟ ପରିଧି ମଧ୍ୟରେ କଟକ ଜିଲ୍ଲାରେ ସର୍ବାଧିକ ୧୬୧.୫ ମିମି ବର୍ଷା ରେକର୍ଡ ହୋଇଛି।