ଭୁବନେଶ୍ୱର: ଲଘୁଚାପ କ୍ଷେତ୍ର ଏବେ ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି । ଏହା ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଡୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ହାଲୁକା ବର୍ଷା ସହ ଭିଷଣ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୯ ତାରିଖ ବେଳକୁ ବର୍ଷାର ପରିମାଣ ହ୍ରାସ ପାଇବ । ପ୍ରବଳ ବର୍ଷା ପାଇଁ କୋରାପୁଟ, ମାଲକାନଗିର, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।