ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏହାର ପ୍ରଭାବରେ ଆଗାମୀ ୫-୭ ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଗାମୀ ୨୪ ଘଣ୍ଟାରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି
ଆଇଏମଡି ଏପର୍ଯ୍ୟନ୍ତ ରାଜ୍ୟରେ ବାତ୍ୟା ନେଇ କୌଣସି ସୂଚାନ ଦେଇନାହିଁ। ଏଥିସହ ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ସଲଗ୍ନ ଦକ୍ଷିଣ-ପୂବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ କାରଣରୁ ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଛି। ଆଜି ମଧ୍ୟ ଏକାଧିକ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୪ଟି ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।
ଲଘୁଚାପରେ ପରିଣତ ହେବା ପରେ ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ଆକଳନ କରାଯାଇପାରିବ ବୋଲି କୁହାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ଦୁଇ ଦିନ ଯାଏ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।