ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ।
ଅଧିକ ପଢନ୍ତୁ: ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା; ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି