ଭୁବନେଶ୍ୱର: ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡି ହେବାର ସମ୍ଭାବନା ରହିଛି। ଏନେଇ ପୁରା ରାଜ୍ୟକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପବନ ମଧ୍ୟ ୩୦ରୁ ୪୦କିମି ଘଣ୍ଟା ପ୍ରତି ବହିବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି।
ସେହିପରି ଆଜି ରାଜ୍ୟର ୬ ଜିଲ୍ଲାକୁ ଛାଡି ଦେଲେ ଅନ୍ୟ ୨୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ନବରଙ୍ଗପୁର ଓ ମାଲକାନଗିରିକୁ ଛାଡିଦେଲେ ବାକି ସମସ୍ତ ଜିଲ୍ଲାରେ ବର୍ଷା ସାଙ୍ଗକୁ ବିଜୁ ଘଡଘଡିର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିବ ।
ଘୂର୍ଣ୍ଣିଝଡ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜରି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ବାକି ସମସ୍ତ ଜିଲ୍ଲାକୁ ବର୍ଷା ନେଇ ୟେଲେ ଓ୍ବାର୍ଣ୍ଣି ଜାରି ହୋଇଛି ।
ସେହିପରି ଘୂର୍ଣ୍ଣିବଳୟ ପ୍ରଭାବରେ ୨୬ରୁ ୨୭ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଅନୁଗୋଳ, ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ବାକି ସମସ୍ତ ଜିଲ୍ଲାକୁ ସାମାନ୍ୟ ବର୍ଷା, ବିଜୁଳି ଓ ଘଡଘଡି ପାଇଁ ୟେଲେ ଓ୍ବାର୍ଣ୍ଣିଂ ଜାରି ହୋଇଛି ।