ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ୧୯ ଜିଲ୍ଲାକୁ ଚେତାବନୀ ଦେଲା ପାଣିପାଗ ବିଭାଗ ଭୁବନେଶ୍ୱର, ଅଗଷ୍ଟ ୧୦(ଖବର ଓଡିଶା): Share story: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ସଦୃଶ୍ୟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ଅବପାତର ରୂପ ନେଇଛି । ଏହି ଅବପାତର ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି । ଏନେଇ ରାଜ୍ୟରେ ୧୯ ଜିଲ୍ଲାକୁ ଚେତାବନୀ ଦିଆଯାଇଛି । ୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିବ । ତେଣୁ ଆସନ୍ତା ୧୧ ତାରିଖ ଯାଏ ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ୧୧ ତାରିଖରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ । ହେଲେ ୧୩ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଅନ୍ୟପଟେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତମାମ ବର୍ଷା ଲାଗି ରହିଥିଲା । ଖବର ଓଡ଼ିଶା, Reporter, 09/08/2022