ମୌସୁମୀ ବର୍ଷାରେ ଭିଜିବ ଓଡିଶା, ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଜାରି ହେଲା ୟେଲୋୱାର୍ଣ୍ଣିଂ ଭୁବନେଶ୍ୱର, ଜୁନ ୨୯(ଖବର ଓଡିଶା): Share story: ସାରା ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ମୌସୁମୀ ବର୍ଷାରେ ଭିଜୁଛି ସାରା ଓଡିଶା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଅଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ, ନୂଆପଡା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ହେଲେ ଅନ୍ୟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଖବର ଓଡ଼ିଶା, Reporter, 29/06/2022