ଭୁବନେଶ୍ୱର: ଆସନ୍ତକାଲି (ଗୁରୁବାର) ଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। କାଲିଠୁ ଆଗାମୀ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ୨ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୨ ଜିଲ୍ଲା ହେଉଛି କେନ୍ଦୁଝର ଓ ମୟୁରଭଞ୍ଜ। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, କଟକ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ । ଏନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି । ଏହି ପାଞ୍ଚ ଦିନ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।