ଭୁବନେଶ୍ୱର : ଆଜି ରାଜ୍ୟରେ ଜାରି ରହିବ ପ୍ରବଳ ବର୍ଷା। ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ ପ୍ରବଳ ବର୍ଷା ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟରେ ୧୧ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୨୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
ସେହିପରି ୮ ତାରିଖ ବେଳକୁ ଦକ୍ଷିଣ ବଙ୍ଗଳାଦେଶ ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଯାହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା। ଏପଟେ ମୌସୁମୀ ଋତୁରେ ସ୍ୱାଭାବିକ ବର୍ଷା ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟର ୧୧ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ। ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼, ଢେଙ୍କାନାଳ, ନବରଙ୍ଗପୁର। ସେହିପରି ଆସନ୍ତା ୯ ତାରିଖ ସକାଳ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି। ଅଧାରୁ ଅଧିକ ରାଜ୍ୟରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ।