ଭୁବନେଶ୍ବର: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ ଫଳରେ ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସ୍ଥାନ ମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହେବା ପରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ଏହା ସକ୍ରିୟ ରହିଛି । ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ। ପ୍ରଭାବରେ ଆସନ୍ତା ୨ଦିନ ଧରି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଆଜି ପାଇଁ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୧୧ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅଧିକ ପଢନ୍ତୁ: ଲାଞ୍ଚ ମାମଲାରେ ପୂର୍ବତନ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ୍