ଭୁବନେଶ୍ୱର: ଆଗାମୀ ୨ ଦିନ ଯାଏଁ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ତେବେ ଗତକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଫଳରେ ରାଜ୍ୟରେ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏପରିକି ଆଜି ୧୫ଟି ଜିଲ୍ଲା ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୩ ଜିଳ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।