ଭୁବନେଶ୍ୱର : ଆଜିର ରାଜ୍ୟରେ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି। ତେଣୁ ଆଜି ୮ଟି ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ଏହି ଜିଲ୍ଲାରେ ବିଜୁଳି ସହ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।
ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପବନ ମଧ୍ୟ ୫୦ରୁ୬୦ ବେଗରେ ବିପହିବା ବୋହିବ ବୋଲି ସୂଚନା ରହିଛି। ତେଣୁ କରି ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ୧୬ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ଏପରିକି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୂଳ ନ ଯିବାକୁ ବାରଣ କରାଯାଇଛି।