ଭୁବନେଶ୍ୱର: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ ଫଳରେ ଆସନ୍ତା ୨୪ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସ୍ଥାନ ମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହେବା ପରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ଏହା ସକ୍ରିୟ ରହିଛି । ଗତକାଲି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିଥିଲା । ଏହାର ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଗତକାଲି କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ସେହିପରି ଆଜି ୧୧ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।