ବାରିପଦାରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ବାରିପଦା ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାରିପଦା ପୋଲିସ୍ ପଡ଼ିଆ ହେଲିପ୍ୟାଡରୁ କଡ଼ା ସୁରକ୍ଷା ମଧ୍ୟରେ ସଭାସ୍ଥଳୀକୁ ନିଆଯାଇଛି । ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଦ୍ୱିତୀୟ ଥର ପାଇଁ ଆସିଛନ୍ତି ଦ୍ରୌପଦୀ ମୁର୍ମୁ । ବାରିପଦାରେ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେଉଛନ୍ତି ଏହାପରେ କୁଲିଆଣାରେ ଏକଲ୍ୟବ ମଡେଲ୍ ସ୍କୁଲର ଉଦଘାଟନ କରିବେ ।
ନିଜ ମାଟିର ଝିଅକୁ ସ୍ୱାଗତ କରିବା ପାଇଁ ସଜେଇ ହୋଇଛି ବାରିପଦା ଓ ରାଇରଙ୍ଗପୁର । କିଛି ସମୟ ବାରିପଦା ସର୍କିଟ୍ ହାଉସରେ ବିଶ୍ରାମ ନେବା ପରେ ଅପରାହ୍ନ ୨ଟା୩୫ରେ କୁଳିଅଣାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଲୋକର୍ପଣ କରିବେ ସେଠାରୁ ରାଇରଙ୍ଗପୁର ଯିବେ । ଆସନ୍ତାକାଲି ରାଇରଙ୍ଗପୁରରୁ ରାଷ୍ଟ୍ରପତି ୩ଟି ନୂଆ ଟ୍ରେନର ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି ।
ଅଧିକ ପଢନ୍ତୁ :- ରାଷ୍ଟ୍ରପତିଙ୍କ ମଧ୍ୟାହ୍ନ ଭୋଜନ...