ସମ୍ବଲପୁର: ଆସନ୍ତା ୨୨ ଓ ୨୩ ତାରିଖ ୨ ଦିନ ଧରି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଆସନ୍ତା ୨୨ ତାରିଖ ସମ୍ବଲପୁରରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଥିବାବେଳେ ୨୩ ତାରିଖରେ ଭୁବନେଶ୍ୱରରେ କାର୍ଯକ୍ରମ ରହିଛି।ଏନେଇ ଆଜି ସମ୍ବଲପୁର ଏମସିଏଲ ପରିସରରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହଲିଂଗ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ବିଧାୟକ ଜୟ ନାରାୟଣ ମିଶ୍ର, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଜିଲ୍ଲା ବିଜେପି ସଭାପତି ଗିରିଶ ପଟେଲଙ୍କ ସହ ବିଜେପିର ବହୁ ରାଜ୍ୟସ୍ତରୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।