ବାଲେଶ୍ୱର: ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଭୋଗରାଇ ହାଟରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ବିଦ୍ୟୁତ ସର୍ଟସର୍କିଟରୁ ୫ ଟି ଦୋକାନ ଜଳି ପୋଡି ପାଉଁଶ ହୋଇଯାଇଛି । ଯାହା ଫଳରେ ନଗତ ଟଙ୍କା ସହ ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ନଷ୍ଟ ହୋଇଯାଇଛି । ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି ।
ତେବେ ଭୋଗରାଇ ହାଟରେ ଗ୍ରୋସରୀ ଦୋକାନ ସମେତ ବିଭିନ୍ନ ଦୋକାନ ରହିଥିବା ବେଳେ ୫ଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି । ଖବର ପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରି କରିଥିବା ଦେଖିବାକୁ ମିଳିଛି ।