ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ, ୨୬ ଜଣ ସଂକ୍ରମିତ ଭୁବନେଶ୍ୱର ,ସେପ୍ଟେମ୍ବର 28(ଖବର ଓଡ଼ିଶା): Share story: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୭୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୭୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୩୦୩୫ଜଣ ସୁସ୍ଥ ହୋଇଛନ୍ତି । ଖବର ଓଡ଼ିଶା, Reporter, 27/09/2022