ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ,୮୮ ଜଣ ସ୍ଥାନୀୟ ସଂକ୍ରମିତ ଓଡିଶା,ସେପ୍ଟେମ୍ୱର୨୫ (ଖବର ଓଡ଼ିଶା) Share story: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୧୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୨୫୦୪ ଜଣ ସୁସ୍ଥ ହୋଇଛନ୍ତି ।ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୩ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଖବର ଓଡ଼ିଶା, Reporter, 24/09/2022