ଯାଜପୁର: ଯାଜପୁରରୋଡ଼ କଳିଙ୍ଗନଗର ଟାଟାଷ୍ଟିଲରେ ବିସ୍ଫୋରଣ। ଶୁକ୍ରବାର ପ୍ଲାଣ୍ଟର ଷ୍ଟିଲ ମେଲ୍ଟିଂ ସପରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୮ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ ହୋଇଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ଊଦ୍ଧାର କରି ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଶ୍ରମକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ତେବେ କିପରି ଏବଂ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ତାହା ଜଣାପଡ଼ିନାହିଁ । ଘଟଣାସ୍ଥଳରେ ପୋଲିସ ଏବଂ ସ୍ଥାନୀୟ ପ୍ରଶାସନର ଅଧିକାରୀମାନେ ପହଞ୍ଚି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ଏବଂ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।