ଭୁବନେଶ୍ୱର : ଆସନ୍ତା ଫେବ୍ରୁଆରି ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ବୁଧବାର କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି । ଖେଳାଳିଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ । ବାରବାଟୀ ଦିନିକିଆ ପାଇଁ ଭିଡ଼କୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥା ଗ୍ରହଣ କରାଯିବ । ଆଜି କମିଶନରେଟ ପୋଲିସ କାର୍ଯ୍ୟାଳୟରେ ଏକ ବୈଠକରେ ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକରେ ଆଲୋଚନା କରାଯାଇଛି । ଏଥିରେ ଖେଳାଳିଙ୍କ ସୁରକ୍ଷା, ଟ୍ରାଫିକ ପରିଚାଳନା ନେଇ ଆଲୋଚନା ହୋଇଛି । ଭୁବନେଶ୍ୱର ଡିସିପି, ଟ୍ରାଫିକ ଡିସିପି ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଏଥିରେ ଉପସ୍ଥିତ ଥିଲେ ।
ଦିନିକିଆ କ୍ରିକେଟ୍ ପୂର୍ବରୁ ବୁଧବାର କମିଶନରେଟ ପୋଲିସ କାର୍ଯ୍ୟାଳୟରେ ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଭୁବନେଶ୍ୱର ଡିସିପି, ଟ୍ରାଫିକ ଡିସିପି ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ରହିଥିଲେ । ବୈଠକରେ ଖେଳାଳିଙ୍କ ସୁରକ୍ଷା, ଟ୍ରାଫିକ ପରିଚାଳନା ନେଇ ଆଲୋଚନା କରାଯାଇଛି । ସେହିପରି ଉଭୟ ଦଳର ଖେଳାଳି ଭୁବନେଶ୍ୱର ମେ ଫେୟର ହୋଟେଲରେ ରହିବାର ବ୍ୟବସ୍ଥା ହୋଇଛି ।