କଟକ : ପୁଣି କଟକରେ ଇଣ୍ଟରନେଟ୍ କଟକଣା ଆଉ ୨୪ ଘଣ୍ଟା ବୃଦ୍ଧି ହୋଇଛି । ଆଜିଠାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ । ସିଏମ୍ସି, ସିଡିଏ, ବୟାଳିଶି ମୌଜାରେ କଟକଣା ବଳବତ୍ତର । ପୂର୍ବ ପରି ହ୍ବାଟ୍ସ ଆପ୍, ଫେସବୁକ୍, ଏକ୍ସ, ଇନ୍ଷ୍ଟାଗ୍ରାମ ବନ୍ଦ ପାଇଁ ନିର୍ଦ୍ଦେଶ ରହିଛି ।
ସୂଚନା ଥାଉକି ସୋସିଆଲ୍ ମିଡିଆରେ ମିଥ୍ୟା, ଉତ୍ତେଜନାପୂର୍ଣ୍ଣ ବାର୍ତ୍ତା ପ୍ରସାରଣ କରାଯାଉଥିବାରୁ ରାଜ୍ୟ ସରକାର କଟକ ସହରରେ ରବିବାର ସନ୍ଧ୍ୟା ୭ଟାରୁ ସୋମବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ କରିଥିଲେ। ତେବେ ଏହି କଟକଣାକୁ ଆଉ ୨୪ ଘଣ୍ଟା ବୃଦ୍ଧି କରାଯାଇ ଅକ୍ଟୋବର ୭ ତାରିଖ ଅର୍ଥାତ ଆସନ୍ତାକାଲି ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ବଢାଇଦିଆଯାଇଛି। ଏନେଇ ସ୍ୱରାଷ୍ଟ୍ର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।