ଭୁବନେଶ୍ବର: ମାଲକାନାଗିରିରେ ତେଜୁଛି ଉତ୍ତେଜନା। ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ। ଆଜି ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟା ଯାଏ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ଏମଭି-୨୬ ଓ ରାଖେଲଗୁଡା ଗାଁରେ ଗଣ୍ଡୋଗଳ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି।
ସୂଚନାଯୋଗ୍ୟ ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହେବା ପରେ ଦୁଇ ଗାଁ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ରବିବାର ଏହି ଘଟଣାକୁ ନେଇ ଦୁଇଟି ଯାକ ଗାଁ ମୁହାଁମୁହିଁ ହେବା ସହିତ ଗୋଟିଏ ଗାଁର ଲୋକେ ଅନ୍ୟ ଗାଁର ଜଣେ ବ୍ୟକ୍ତିଙ୍କ ଘର ଓ ପାଳଗଦାରେ ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି। ମହିଳାଙ୍କ ମୃତଦେହ ଉଦ୍ଧାର ହେବା ପରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତାଙ୍କୁ କିଏ ହତ୍ୟା କରିଛି ତାହାକୁ ନେଇ ଏମଭି-୨୬ ଏବଂ ରାଖାଲଗୁଡା ଗ୍ରାମ ମଧ୍ୟରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି ।