ରାଜ୍ୟରେ 2 ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ରାଜ୍ୟରେ ଆଜି ଆଉ କାଲି କାଳବୌଶାଖୀର ଆସଙ୍କା ରହିଛି । ୪୦ରୁ ୫୦ କିମି ବେଗରେ ବହିପାରେ ପବନ। ଏ ନେଇ ୧୯ ତାରିଖରେ ୧୨ ଜିଲ୍ଲା ଏବଂ ୨୦ ତାରିଖରେ ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଜି, ଢେଙ୍କାନାଳ, କଟକ, ଖୋର୍ଦ୍ଧା , ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଅନୁଗୋଳ, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ କୁଆପଥର ବର୍ଷା ଏବଂ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଅଧିକ ପଢନ୍ତୁ:4 ଦିନ ପାଇଁ ତାତିରୁ ମିଳିବ ତ୍ରାହି !