ଭୁବନେଶ୍ୱର: ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖାଯିବାର ସମ୍ଭାବନା ରହିଛି। ବାଲେଶ୍ବର, ମୟୁରଭଞ୍ଜରେ ପ୍ରବଳ ବର୍ଷ ସାଙ୍ଗକୁ କୁଆ ପଥର ବର୍ଷା ସମ୍ଭାବନା ରହିଛି। ଦୁଇ ଦିନ କାଳବୈଶାଖୀ ଲାଗି ରହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ସେହିପରି ଆସନ୍ତାକାଲି ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଦୁଇ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ୩ଦିନ ଭିତରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାପରେ କ୍ରମଶଃ ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ତାପମାତ୍ରା ବଢ଼ିବ।