ଲକ୍ଷ୍ମୀ ବସ୍ ନାଁକୁ ନେଇ ଆଉ ଏକ ଖବର ସାମ୍ନାକୁ ଆସିଛି। ଲକ୍ଷ୍ମୀ ବସ୍ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍ ନାଁ ବଦଳାଇ 'ମୁଖ୍ୟମନ୍ତ୍ରୀ ବସ୍ ସେବା' ନାମ କରାଯିବ। ଏହା ଅତିଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି।
ସୂଚନା ଯୋଗ୍ୟ ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ । କିନ୍ତୁ ଏବେ ଓଡ଼ିଶାରେ ସରକାର ବଦଳିଛି । ତେଣୁ ଯୋଜନା ବି ବଦଳାଯିବାକୁ ଯୋଜନା କରାଯାଇଛି। ଏହାରି ଭିତରେ ବିଜେପି ସରକାର ଲକ୍ଷ୍ମୀ ବସ ନାଁ ପରିବର୍ତ୍ତନ କରିବେ ନାଁ ସେହି ନାଁ ରହିବ ତାହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଆଜି ଏହାକୁ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।