କଟକ: ପ୍ରବଳ ବର୍ଷା ଓ ଜଳବନ୍ଦୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଶନିବାର କଟକ ଜିଲ୍ଲାରେ ଛୁଟି ବାତିଲ୍ ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ନିର୍ଦ୍ଦେଶ ଦେଇଛନ୍ତି ।
ଜରୁରିକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ଏଥିରେ ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।
ପାଣିପାଗ ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ଯରେ ଆଗାମୀ ଦିନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଥିବା ଓ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ଆଶଙ୍କା ରହିଛି
ଅନ୍ୟପକ୍ଷରେ ହୀରାକୁଦ ଗେଟ୍ ଖୋଲାଯିବା ପରେ ଶନିବାର ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀରେ ୪ ଲକ୍ଷରୁ ଅଧିକ ଘନଫୁଟ୍ ଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି ।