ରାଜ୍ୟରେ ବିଜେପିର ବିପୁଳ ପରିମାଣରେ ବିଜୟ ଏବଂ ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଆସିଛି ଏକ ଖୁସିର ଖବର। ଆସନ୍ତା ଜୁନ୍ ୧୩ ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ଜୁନ୍ ୧୨ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ପାଠ କରିବା ପରେ ଠିକ ଗୋଟିଏ ଦିନ ପରେ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯିବ। ଏହି ଖବର ଆସିବା ପରେ ସାମ୍ବାଦିକଙ୍କ ମଧ୍ୟ ବେଶ ଉତ୍କଣ୍ଠା ଦେଖିବାକୁ ମିଳିଛି।
ସୂଚନା ମୁତାବକ, ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି ସରକାର। ୨୦୨୦ ମାର୍ଚ୍ଚ ମାସରୁ ସାମ୍ବାଦିକଙ୍କ ଲୋକସେବା ଭବନରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା। ଯାହାକୁ ନେଇ ଅନେକ ସମୟରେ ବିଜେପି ପ୍ରତିବାଦ କରିବା ସହ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯାଉ ବୋଲି ଦାବି ରଖିଥିଲା। ଏପରିକି ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ସାମ୍ବାଦିକଙ୍କ ମଧ୍ୟରେ ଅସନ୍ତୋଷ ମଧ୍ୟ ଦେଖିବାକୁ ମିଳିଥିଲା କିନ୍ତୁ ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି। ଆସନ୍ତା ୧୨ ତାରିଖରେ ରାଜ୍ୟକୁ ନୂଆ ମୁଖ୍ୟମନ୍ତ୍ରୀ ମିଳିବା ପରେ ଠିକ ତାହାର ଗୋଟିଏ ଦିନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ।