ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ଗତ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ମଧ୍ୟ ଦେଖାଦେଇଛି । ଏହାରି ଭିତରେ ଆହୁରି ବର୍ଷା ନେଇ ଅନେକ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲାକୁ ବର୍ଷା ନେଇ ଆଲର୍ଟ କରାଯିବା ସହିତ ପବନ ମଧ୍ୟ ବୋହିପାରେ ବୋଲି କୁହାଯାଇଛି ।
ଆସନ୍ତା ଦୁଇଦିନ ଯାଏଁ ଭଦ୍ରକରୁ ଗଞ୍ଜାମ ଏବଂ ଉପକୂଳ ଜିଲ୍ଲାରେ ବର୍ଷା ଲାଗି ରହିପାରେ ବୋଲି କୁହାଯାଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ ଦେବଗଡ଼ରେ ମଧ୍ୟ ୮ ତାରିଖରେ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।